୩ରେ ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ
ଭୁବନେଶ୍ୱର,୨ା୬(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଜୁନ୍ ୩ରେ ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ୬ଟା ୩୦ରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ୮ଟି ବିଭାଗର ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଆସିବାକୁ ରହିଛି।
ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ରାଜ୍ୟରେ ଭାଜପା ସରକାରକୁ ଜୁନ୍ ୧୨ରେ ଦୁଇବର୍ଷ ପୂରଣ ହେବାକୁ ଯାଉଛି। ଏଥିପାଇଁ ରାଜ୍ୟ କ୍ୟାବିନେଟ୍ରେ ଦୁଇ-ତିନୋଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିବ। ସେଥିମଧ୍ୟରେ ଅନୁସୂଚିତ ଜାତି ଓ ଜନଜାତି, ପୂର୍ତ୍ତ, ଜଳସମ୍ପଦ, ଅର୍ଥ, ସାଧାରଣ ପ୍ରଶାସନ, ରାଜସ୍ବ ବିଭାଗର ପ୍ରସ୍ତାବମାନ ରହିଛି।
ସୂଚନାଯୋଗ୍ୟ, ରାଜ୍ୟ ସରକାରଙ୍କ ପକ୍ଷରୁ ପୂର୍ବରୁ ମହିଳାମାନଙ୍କୁ ସ୍ବାବଲମ୍ବୀ କରିବା ଲାଗି ‘ସୁଭଦ୍ରା’, କୃଷକମାନଙ୍କୁ ଆର୍ଥିକ ସଶକ୍ତୀକରଣ ଲାଗି ଇନ୍ପୁଟ ସବ୍ସିଡି, ୮୦ବର୍ଷରୁ ଊର୍ଦ୍ଧ୍ୱ ବର୍ଗଙ୍କୁ ୩,୫୦୦ଟଙ୍କାର ଭତ୍ତା ବ୍ୟବସ୍ଥା କରାଯାଇଛି। ଏହାସହିତ ଛାତ୍ରୀଛାତ୍ରଙ୍କୁ ବସ୍ରେ ମାଗଣା ପରିବହନ ସେବା ଭଳି ବ୍ୟବସ୍ଥା ହୋଇଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ଏହି କ୍ୟାବିନେଟ୍ର ବହୁ ଗୁରୁତ୍ୱ ରହିଛି ବୋଲି ସରକାରଙ୍କ ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି।
Dharitri – Odisha’s No.1 Odia Daily
The post ୩ରେ ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ appeared first on Dharitri Odia News.
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।