୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା
ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ କରାଯାଇଛି। ମହାନଦୀରେ ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଥିବାରୁ ଜନସାଧାରଣଙ୍କ ସୁରକ୍ଷା ଦୃଷ୍ଟିରୁ ପ୍ରଶାସନ ପକ୍ଷରୁ ଏହି କଟକଣା ଜାରି କରାଯାଇଛି।
ଉପରମୁଣ୍ଡରେ ବର୍ଷା ଏବଂ ଜଳଭଣ୍ଡାରରୁ ଜଳ ନିଷ୍କାସନ ହେତୁ ମହାନଦୀରେ ଜଳପ୍ରବାହ ବଢ଼ିବାରେ ଲାଗିଛି। ମହାନଦୀ ଗର୍ଭରେ ଜଳସ୍ତର ବଢ଼ିବା ଯୋଗୁ ପୀଠକୁ ସଂଯୋଗ କରୁଥିବା ରାସ୍ତା ଓ ଆଖପାଖର ତଳିଆ ଅଞ୍ଚଳଗୁଡ଼ିକ ପ୍ରଭାବିତ ହେବାର ଆଶଙ୍କା ରହିଛି। ତେଣୁ ସମ୍ଭାବ୍ୟ ବିପର୍ଯ୍ୟୟକୁ ଏଡ଼ାଇବା ପାଇଁ ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ଏହି ୪୮ ଘଣ୍ଟା ସମୟ ମଧ୍ୟରେ କୌଣସି ବି ଶ୍ରଦ୍ଧାଳୁଙ୍କୁ ପୀଠକୁ ପ୍ରବେଶ ଅନୁମତି ଦିଆଯିବ ନାହିଁ। ପ୍ରଶାସନ ପକ୍ଷରୁ ସମସ୍ତ ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ଏହି ନିୟମକୁ ମାନି ପୀଠକୁ ନ ଯିବାକୁ ଅନୁରୋଧ କରାଯାଇଛି।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।