୬ ତାରିଖରେ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆସନ୍ତା ୬ ତାରିଖରେ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ପୂର୍ବାହ୍ନ ୧୦ଟା ୧୫ ମିନିଟ୍ରେ ଏହି ସମୀକ୍ଷା ବୈଠକ ଅନୁଷ୍ଠିତ ହେବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି । ଏହି ବୈଠକରେ ମହାପ୍ରଭୁ ଶ୍ରୀଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ନୀତିକାନ୍ତି ସୁଚାରୁ ଓ ଶୃଙ୍ଖଳିତ ଭାବେ ସମ୍ପାଦନ ଉପରେ ବିଶେଷ ଆଲୋଚନା ହେବ। ସେହିପରି ରଥଯାତ୍ରା ସମୟରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ପାଇଁ କରାଯାଇଥିବା ବିଭିନ୍ନ ବ୍ୟବସ୍ଥାର ମଧ୍ୟ ସମୀକ୍ଷା କରାଯିବ।