୬ ମାସ ହେଲା ହୋଇନି ଛତ୍ରପୁର ପଞ୍ଚାୟତ ସମିତି ବୈଠକ, ବ୍ଲକ ଅଧ୍ୟକ୍ଷା ଜିଲାପାଳଙ୍କୁ ଭେଟି…

Jul 30, 2026 - 17:21
୬ ମାସ ହେଲା ହୋଇନି ଛତ୍ରପୁର ପଞ୍ଚାୟତ ସମିତି ବୈଠକ, ବ୍ଲକ ଅଧ୍ୟକ୍ଷା ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ବୈଠକ ତୁରନ୍ତ କରିବାକୁ ଗୁରୁବାର ବ୍ଲକ ଅଧ୍ୟକ୍ଷା କିରନ କୁମାରୀ ଦାସ ଗଞ୍ଜାମ ଜିଲାପାଳଙ୍କୁ ଭେଟି ଲିଖିତ ଭାବେ ଜଣାଇଛନ୍ତି। ଏହା ସହିତ ସେ ଅଭିଯୋଗ କରିଛନ୍ତି ଯେ, ଗତ ୬ ମାସ ହେଲା ଛତ୍ରପୁର ପଞ୍ଚାୟତ ସମିତିର ବୈଠକ ହୋଇନାହିଁ। ଯାହାଫଳରେ ସରପଞ୍ଚ ଏବଂ ସମିତି ସଭ୍ୟା/ ସଭ୍ୟମାନେ ସେମାନଙ୍କ ସମସ୍ୟାଗୁଡ଼ିକ ସଠିକ୍‌ ଭାବରେ ଉପସ୍ଥାପନା କରି ପାରୁନାହାନ୍ତି। ଏନେଇ ବିଡିଓଙ୍କୁ କହିଲେ ସେ କହୁଛନ୍ତି, ଡିଆରଡିଏରୁ ନିର୍ଦ୍ଦେଶ ଆସିନି। ଏଣୁ ଛତ୍ରପୁର ପଞ୍ଚାୟତ ସମିତିର ବୈଠକ ତୁରନ୍ତ କରାଯାଉ ବୋଲି ବ୍ଲକ ଅଧ୍ୟକ୍ଷା ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତିି।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।