୭ରେ ଭୁବନେଶ୍ୱରରେ ଇଷ୍ଟର୍ଣ୍ଣ ଜୋନାଲ କାଉନସିଲ୍ ଷ୍ଟାଣ୍ଡିଂ କମିଟି ବୈଠକ

Jul 04, 2026 - 16:31
୭ରେ ଭୁବନେଶ୍ୱରରେ ଇଷ୍ଟର୍ଣ୍ଣ ଜୋନାଲ କାଉନସିଲ୍ ଷ୍ଟାଣ୍ଡିଂ କମିଟି ବୈଠକ

ଭୁବନେଶ୍ୱର : ଆସନ୍ତା ୭ ତାରିଖରେ ଭୁବନେଶ୍ୱରରେ ଅନୁଷ୍ଠିତ ହେବ ୧୫ତମ ଇଷ୍ଟର୍ଣ୍ଣ ଜୋନାଲ କାଉନସିଲ ଷ୍ଟାଣ୍ଡିଂ କମିଟି ବୈଠକ। ରାଜଧାନୀରେ  ଏକାଠି ହେବେ ୪ ରାଜ୍ୟର ମୁଖ୍ୟ ସଚିବ ଓ ପୋଲିସ ଡିଜି। କେନ୍ଦ୍ର ସରକାରଙ୍କ ଅଧିକାରୀ ମଧ୍ୟ ସାମିଲ ହେବେ,ଏଥିପାଇଁ ୮୭ ଜଣ ଅଫିସରଙ୍କୁ ନିୟୋଜିତ କରିଛନ୍ତି  ରାଜ୍ୟ ସରକାର । ବୈଠକରେ ଓଡ଼ିଶା ସମେତ ବିହାର, ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗର ମୁଖ୍ୟ ସଚିବମାନଙ୍କ ସମେତ ଗୃହ ସଚିବ ଓ ପୁଲିସ ଡିଜିମାନେ ମଧ୍ୟ ଯୋଗ ଦେବେ ।  ବୈଠକରେ ଅଧ୍ୟକ୍ଷତା କରିବେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ।

ପରବର୍ତ୍ତୀ ପୂର୍ବାଞ୍ଚଳ ଜୋନାଲ କାଉନସିଲ୍ ବୈଠକ ପାଇଁ ଏଜେଣ୍ଡା ନିର୍ଦ୍ଧାରଣ କରିବା ଓ ପୂର୍ବ ବୈଠକର ନିଷ୍ପତ୍ତିଗୁଡ଼ିକର ଅଗ୍ରଗତି ସମ୍ପର୍କରେ ଏହି ବୈଠକରେ ସମୀକ୍ଷା ହେବ । ବୈଠକରେ ମୁଖ୍ୟତଃ ଓଡ଼ିଶା ଓ ଝାଡ଼ଖଣ୍ଡ ସୀମାରେ ମାଓବାଦୀ କାର୍ଯ୍ୟକଳାପର ସମ୍ପୂର୍ଣ୍ଣ ମୂଳପୋଛ ଓ ମାଦକ ଦ୍ରବ୍ୟ ଚୋରାଚାଲାଣ ରୋକିବା ପାଇଁ ରାଷ୍ଟ୍ରୀୟ ନାର୍କୋଟିକ୍ସ ସମନ୍ୱୟ ପୋର୍ଟାଲର ବ୍ୟବହାର ଉପରେ ବିଶେଷ ଗୁରୁତ୍ୱ ଦିଆଯିବ ।

ଏହାସହିତ ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକର ଦୁର୍ଗମ ଅଂଚଳରେ ଯୋଗାଯୋଗ ଓ ବ୍ୟାଙ୍କିଙ୍ଗ ବ୍ୟବସ୍ଥାରେ ସୁଧାର ପାଇଁ ପ୍ରତି ୫କିମି ପରିଧି ମଧ୍ୟରେ ବ୍ୟାଙ୍କିଙ୍ଗ ଆଉଟଲେଟ୍ ଓ ଡ଼ାକଘର ପ୍ରତିଷ୍ଠା କରିବା ନିମନ୍ତେ ପ୍ରସ୍ତୁତ ହୋଇଥିବା ବ୍ଲୁ-ପ୍ରିଣ୍ଟ ଉପରେ ବିଚାରବିମର୍ଶ ହେବ । ରାଜ୍ୟଗୁଡ଼ିକ ମଧ୍ୟରେ ଥିବା ସୀମା ବିବାଦ ଉପରେ ମଧ୍ୟ ଆଲୋଚନା ହେବ ବୋଲି ଜଣାପଡ଼ିଛି ।